ଗଞ୍ଜାମ ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଆହତମାନଙ୍କ ଆଶୁ ଆରୋଗ୍ୟ କାମନା କଲେ
ଭୁବନେଶ୍ୱର, ୨୨/୦୬: ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁରଠାରେ ସଡ଼କ ଦୁର୍ଘଟଣାରେ ୬ ଜଣଙ୍କର ପ୍ରାଣହାନି ସମ୍ପର୍କରେ ଜାଣି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି।
ଏଥିସହ ପ୍ରତି ମୃତକଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି (CMRF) ରୁ ₹୪ ଲକ୍ଷ ଲେଖାଏଁ ସହାୟତା ଘୋଷଣା କରିଛନ୍ତି।
ଏହି ଦୁର୍ଘଟଣାରେ ଆହତମାନଙ୍କ ଉତ୍ତମ ଚିକିତ୍ସା ପାଇଁ ସମସ୍ତ ବ୍ୟବସ୍ଥା ସୁନିଶ୍ଚିତ କରାଯାଉଥିବାବେଳେ ମୁଖ୍ୟମନ୍ତ୍ରୀ ସମସ୍ତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।