ରାଜ୍ୟରେ ୨୪ ଘଣ୍ଟାରେ ବାହାରିଲେ ୬୯ କୋଭିଡ୍ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୨ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୨୭ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।

ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୯ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୯୩୨୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ବାଲେଶ୍ୱରରୁ ୫ଜଣ, ବଲାଙ୍ଗୀରରୁ ଜଣେ, କଟକରୁ ୧୩ଜଣ, ଜଗତସିଂହପୁରରୁ ଜଣେ, ଯାଜପୁରରୁ ୨ଜଣ, କଳାହାଣ୍ଡିରୁ ଜଣେ, ଖୋର୍ଦ୍ଧାରୁ ୨୬ଜଣ, ପୁରୀରୁ ୨ଜଣ, ସମ୍ବଲପୁରରୁ ୪ଜଣ, ସୁନ୍ଦରଗଡ଼ରୁ ୮ଜଣ, ଷ୍ଟେଟ ପୁଲ୍‌ରୁ ୬ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୯୩୨୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୫୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୯୬୯୩ଜଣ ସୁସ୍ଥ ହୋଇଛନ୍ତି ।