ପ୍ରବଳ ବର୍ଷା ପବନ ଆଶଙ୍କା: ୨୧ ଜିଲ୍ଲାକୁ ଆଲର୍ଟ

୫୦-୬୦ କି.ମି. ବେଗରେ ପବନ ବହିବା ଆଶଙ୍କା

ଭୁବନେଶ୍ୱର, ୦୨/୦୬: ପ୍ରବଳ ବର୍ଷା ପବନ ହେବାର ସମ୍ଭାବନା ଥିବାରୁ ଆସନ୍ତା ୨୪ ଘଣ୍ଟା ପାଇଁ ରାଜ୍ୟର ୨ ଜିଲ୍ଲା ଲାଗି ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। କେନ୍ଦୁଝର, ମୟୂରଭଞ୍ଜ ଜିଲ୍ଲା ଲାଗି ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ଦୁଇ ଜିଲ୍ଲାରେ ବର୍ଷା ସହ ୫୦ରୁ ୬୦ କିମି ବେଗରେ ପବନ ସହ ବର୍ଷା ହେବାର ସମ୍ଭାବନା ରହିଛି।

ସେହିପରି ଖୋର୍ଦ୍ଧା, ପୁରୀ, ନୟାଗଡ଼, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ବର, ଢେଙ୍କାନାଳ, ଅନୁଗୋଳ, ବୌଦ୍ଧ, ସୁନ୍ଦରଗଡ଼, କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରିରେ ହାଲ୍‌କା ବର୍ଷା ହେବାର ସମ୍ଭାବନା ରହିଛି।

ତେବେ ଆଗାମୀ ୫ ଦିନ ମଧ୍ୟରେ ସର୍ବାଧିକ ତାପମାତ୍ରା ୨ରୁ ୪ ଡିଗ୍ରୀ ବୃଦ୍ଧି ପାଇବ।