୭୫୪୦ ହାଇସ୍କୁଲ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ରାଜ୍ୟର ବିଭିନ୍ନ ସରକାରୀ ହାଇସ୍କୁଲମାନଙ୍କରେ ବିଭିନ୍ନ ବିଷୟରେ ଖାଲି ଥିବା ଶିକ୍ଷକ ପଦବୀ ପୂରଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ଖୁବଶୀଘ୍ର ୭୫୪୦ ହାଇସ୍କୁଲ ନିଯୁକ୍ତ ପ୍ରକ୍ରିୟା ଆରମ୍ଭ କରିବା ପାଇଁ ଓଡିଶା ଷ୍ଟାଫ ସିଲେକ୍‌ସନ କମିଶନଙ୍କୁ ଅନୁରୋଧ କରାଯାଇଛି । ଏହି ପଦବୀ ଗୁଡିକ ପୂରଣ ହେବା ପରେ ରାଜ୍ୟର ସମସ୍ତ ୪୮୪୮ଟି ସରକାରୀ ହାଇସ୍କୁଲର ସବୁ ଶିକ୍ଷକ ପଦବୀ ପୂରଣ ହୋଇପାରିବ।

ଟିଜିଟି (କଳା), ଟିଜିଟି (ପିସିଏମ ଓ ସିବିଜେଡ୍), ସଂସ୍କୃତ, ହିନ୍ଦୀ, ଉର୍ଦ୍ଦୁ, ତେଲୁଗୁ ଓ ଶାରୀରିକ ଶିକ୍ଷକ ପଦବୀ ପୂରଣ ନିମନ୍ତେ ଚୟନ ପ୍ରକ୍ରିୟା ଆରମ୍ଭ କରାଯିବ । ତେବେ ୨୦୨୧-୨୨ ବର୍ଷରେ କରାଯାଇଥିବା ଦୁଇଟି ଚୟନ ପ୍ରକ୍ରିୟାରେ ୧୩ ହଜାରରୁ ଅଧିକ ଶିକ୍ଷକ ପଦବୀ ପୂରଣ କରାଯାଇ ବିଭିନ୍ନ ସରକାରୀ ବିଦ୍ୟାଳୟ ମାନଙ୍କରେ ନିଯୁକ୍ତ କରାଯାଇଥିଲା।