ରାୟଗଡ଼ା, ୧୨/୦୬: ଗୁଣୁପୁରର ପୂର୍ବତନ ବିଧାୟକ ରାମମୂର୍ତ୍ତି ଗମାଙ୍ଗଙ୍କ ପରଲୋକ ଘଟିଛି। ୭୬ ବର୍ଷ ବୟସରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ଘଟିଛି।
ଉଚ୍ଚ ରକ୍ତଚାପ ଓ ମଧୁମେହରେ ପୀଡିତ ଥିଲେ। ଗତ ଦୁଇ ଦିନ ତଳେ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ପତ୍ନୀ ହତ୍ୟା ମାମଲାରେ ଆଜୀବନ ସଜା କାଟୁଥିଲେ। ହେଲେ ସ୍ୱାସ୍ଥ୍ୟାବସ୍ଥା ବିଗିଡି଼ବାରୁ କଟକ ଏସସିବି ମେଡିକାଲକୁ ନିଆ ଯାଇଥିଲା।
ରାମମୂର୍ତ୍ତି ଗମାଙ୍ଗ ୧୯୯୦ରୁ ୧୯୯୫ ମସିହା ପର୍ଯ୍ୟନ୍ତ ଜନତା ଦଳରୁ ଗୁଣୁପୁରର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ୨୦୦୦ ମସିହାରେ ବିଜେପିରେ ଯୋଗ ଦେଇ ବିଜେପି ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ହେଲେ ପରବର୍ତ୍ତୀ ସମୟରେ ତାଙ୍କ ବିରୋଧରେ ପତ୍ନୀ ହତ୍ୟା ଅଭିଯୋଗ ହୋଇଥିଲା। ଏହି ମାମଲାରେ ଭୁବନେଶ୍ବର ସ୍ଵତନ୍ତ୍ର କୋର୍ଟ ତାଙ୍କୁ ଦୋଷୀ ସାବ୍ୟସ୍ତ କରି ଆଜୀବନ କାରାଦଣ୍ଡାଦେଶ ଶୁଣାଇଥିଲେ।