ସୁବର୍ଣ୍ଣପୁର, ୧୭/୦୬: ରାଜ୍ୟରେ ମୌସୁମୀ ପ୍ରବେଶ କରିଥିଲେ ମଧ୍ୟ ବର୍ଷା ନାହିଁ। ପ୍ରବଳ ଗରମ ଓ ଗୁଳୁଗୁଳି ଅନୁଭୂତ ହେଉଛି। ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସୁବର୍ଣ୍ଣପୁର ଜିଲ୍ଲାପାଳ ସ୍କୁଲ ଛୁଟି ଅବଧି ବୃଦ୍ଧି କରିଛନ୍ତି। ସୁବର୍ଣ୍ଣପୁର ଜିଲ୍ଲାରେ ୨୦ ତାରିଖ ଯାଏଁ ବନ୍ଦ ରହିବ ସ୍କୁଲ। ସ୍କୁଲ ଓ ଅଙ୍ଗନବାଡ଼ି କେନ୍ଦ୍ରକୁ ଆସନ୍ତା ୨୦ ଯାଏଁ ଛୁଟି ଘୋଷଣା କରିଛନ୍ତି ଜିଲ୍ଲାପାଳ ନୃପରାଜ ସାହୁ। ୨୧ ତାରିଖରେ ଜିଲ୍ଲାରେ ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ, କଲେଜ ଓ ଅଙ୍ଗନବାଡ଼ି କେନ୍ଦ୍ର ଖୋଲିବ। ପରୀକ୍ଷା ଥିଲେ କର୍ତ୍ତୃପକ୍ଷ ନିଷ୍ପତ୍ତି ନେବେ। ଉଲ୍ଲେଖଯୋଗ୍ୟ, ରାଜ୍ୟ ସରକାର ୧୮ ଜୁନରେ ସ୍କୁଲ ଖୋଲିବା ନେଇ ଘୋଷଣା କରିଥିଲେ।