ଶ୍ରୀମନ୍ଦିରରେ ବିବାହ ନୀତି

୫ ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ

ପୁରୀ, ୨୫/୦୬: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ୫ ଘଣ୍ଟା ପାଇଁ ବନ୍ଦ ରହିବ। ଅପରାହ୍ଣ ୧ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ପ୍ରଥମ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଦର୍ଶନ ବନ୍ଦ ରହିବା ନେଇ ସୂଚନା ମିଳିଛି। ଶ୍ରୀମନ୍ଦିରରେ ରୁକ୍ମିଣୀ ହରଣ ଓ ବିବାହ ଉତ୍ସବ ନୀତି ହେବାକୁ ଥିବାରୁ ସର୍ବସାଧାରଣ ଦର୍ଶନ ହେବ ନାହିଁ।