ଭୁବନେଶ୍ୱର, ୨୬/୦୬: ଓଡ଼ିଶା ଉପକୂଳର ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଜୁଲାଇ ୩ ତାରିଖ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି।
ପାଣିପାଗ ବିଭାଗର ବିଭିନ୍ନ ମଡେଲ ଅନୁସାରେ, ଏହି ଲଘୁଚାପ କ୍ଷେତ୍ର ଗଠନ ହେବା ପରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବାର ସମ୍ଭାବନା ଅଛି।
ଅନ୍ୟପଟେ ଆଜି ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା ଓ ଗଜପତି ଜିଲ୍ଲାରେ ଝଡ଼ ବର୍ଷା ହେବାର ସମ୍ଭାବନା ଥିବାରୁ ଏହି ଜିଲ୍ଲା ଗୁଡ଼ିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।