ପୁରୀ, ୨୯/୦୬: ପୁରୀରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ। ସ୍ନାନବେଦିରେ ଶ୍ରୀଜିଉଙ୍କ ଦର୍ଶନ କରିଛନ୍ତି। ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଓ ପୁରୀ ସାଂସଦ ସମ୍ବିତ ପାତ୍ର ମଧ୍ୟ ଶ୍ରୀଜିଉଙ୍କ ଦର୍ଶନ କରିଛନ୍ତି।

ଶ୍ରୀଜିଉଙ୍କ ଦର୍ଶନ ପରେ ମୁଖ୍ୟମନ୍ତ୍ରୀ ପ୍ରତିକ୍ରିୟାରେ କହିଛନ୍ତି, ରଥ ଯାତ୍ରାକୁ ସୁରୁଖୁରରେ ସମ୍ପାଦନ କରିବା ନିମନ୍ତେ ତଥା ଓଡ଼ିଶାର ସୁଖ ସମୃଦ୍ଧି ନିମନ୍ତେ ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରିଛି। ସାରା ଜଗତର କଲ୍ୟାଣ ନିମନ୍ତେ ପ୍ରଭୁଙ୍କ ନିକଟରେ ଗୁହାରି ଜଣାଇଛି।

ଏଥିସହ ମୁଖ୍ୟମନ୍ତ୍ରୀ ରଥଖଳାକୁ ଯାଇ ରଥ ନିର୍ମାଣ କାର୍ଯ୍ୟ ଅନୁଧ୍ୟାନ କରିଛନ୍ତି। ସେଠାରୁ ସିଧା ଶ୍ରୀନଅର ଯାଇ ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ।