ଆଜିଠୁ ମୁଖ୍ୟମନ୍ତ୍ରୀଙ୍କ ଦିଲ୍ଲୀ ଗସ୍ତ

ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୦୩/୦୭: ଆଜି ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ। ଦିଲ୍ଲୀରେ ଦଳୀୟ କାର୍ଯ୍ୟକ୍ରମରେ ଯୋଗ ଦେବାର ଅଛି। କିଛି କେନ୍ଦ୍ରୀୟ ନେତୃତ୍ବଙ୍କୁ ମଧ୍ୟ ଭେଟିବେ‌। କିଛି ଗୁରୁତ୍ୱପୂର୍ଣ୍ଣ ବୈଠକ ହେବାର ସମ୍ଭାବନା ରହାଛି। ଆଜି ସନ୍ଧ୍ୟାରେ ଯାଇ ଆସନ୍ତାକାଲି ଭୁବନେଶ୍ୱର ଫେରିବେ।