ପ୍ରବଳ ବର୍ଷା ଯୋଗୁଁ ସ୍କୁଲ ଛୁଟି

ବଡ଼ ଘୋଷଣା କଲେ ଜିଲ୍ଲାପାଳ

କନ୍ଧମାଳ, ୦୨/୦୭: ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କନ୍ଧମାଳ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା କରାଯାଇଛି। ଆଜି ଓ ଆସନ୍ତାକାଲି ଦୁଇ ଦିନ ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ଛୁଟି ରହିବ। ଏ ନେଇ ଘୋଷଣା କରିଛନ୍ତି ଜିଲ୍ଲାପାଳ ଶ୍ରୀ ବେଦ ଭୂଷଣ। କିନ୍ତୁ ଛୁଟି ସମୟରେ ପରୀକ୍ଷା ଓ ଅନ୍ୟାନ୍ୟ କାର୍ଯ୍ୟ ଜାରି ରହିବ।