ଭୁବନେଶ୍ୱର, ୦୨/୦୭: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର। ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ନେଇ IMD ପକ୍ଷରୁ ସୂଚନା ମିଳିଛି। ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହେଲା ଲଘୁଚାପ। ୨ରୁ ୩ ଦିନ ଭିତରେ ସ୍ପଷ୍ଟ ଚିହ୍ନିତ ଲଘୁଚାପର ରୂପ ନେବ। ଯାହା ଫଳରେ ଆସନ୍ତା ଗୋଟିଏ ସପ୍ତାହ ଯାଏଁ ରାଜ୍ୟରେ ବର୍ଷା ଜାରି ରହିବ। ୩ ଓ ୪ ତାରିଖ ପାଇଁ କୋରାପୁଟ ଓ ମାଲକାନଗିରି ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି କରାଯାଇଛି।