ଦିଲ୍ଲୀରୁ ଫେରିଲେ ମୁଖ୍ୟମନ୍ତ୍ରୀ

ନିତିନ ନବୀନଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରି ଭୁବନେଶ୍ୱର ଫେରିଲେ

ଭୁବନେଶ୍ୱର, ୦୩/୦୭: ଦିଲ୍ଲୀ ଗସ୍ତ ସାରି ଭୁବନେଶ୍ୱର ଫେରିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନିତିନ ନବୀନଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରି ଫେରିଲେ। ଓଡ଼ିଶାର ପ୍ରଗତି ଓ ସମୃଦ୍ଧ ଓଡ଼ିଶା ଗଠନ ନେଇ ସକରାତ୍ମକ ଆଲୋଚନା ହୋଇଥିବା ସୂଚନା ମିଳିଛି। ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ମଧ୍ୟ ଦିଲ୍ଲୀ ଗସ୍ତରେ ଅଛନ୍ତି। ଗତ କାଲି ମୋହନ ଓ ମନମୋହନଙ୍କ ଗସ୍ତ ମଧ୍ୟରେ ରାଜ୍ୟ ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣ ନେଇ ଜୋର ଚର୍ଚ୍ଚା ଧରିଥିଲା।