ଭୁବନେଶ୍ୱର, ୦୬/୦୭: ରାଜ୍ୟରେ ଲଘୁଚାପ ପ୍ରଭାବରେ ଜାରି ରହିଛି ଲଗାଣ ବର୍ଷା। ଯାହାଫଳରେ ବିଭିନ୍ନ ସ୍ଥାନରେ ଜଳବନ୍ଦୀ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ଆଜି ୭ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା କରାଯାଇଛି।
କଟକ, ସୁବର୍ଣ୍ଣପୁର, ସମ୍ବଲପୁର, ବରଗଡ଼, କନ୍ଧମାଳ, ନୂଆପଡ଼ା, ବୌଦ୍ଧ ଓ ବଲାଙ୍ଗୀର ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା କରିଛନ୍ତି ଜିଲ୍ଲାପାଳ। ଏହି ଜିଲ୍ଲା ଗୁଡ଼ିକରେ ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ସହ ଅଙ୍ଗନୱାଡ଼ି ମଧ୍ୟ ବନ୍ଦ ରହିବ।