ଭୁବନେଶ୍ୱରରେ ଉପରାଷ୍ଟ୍ରପତି ସି.ପି. ରାଧାକ୍ରିଷ୍ଣନ୍

ବିମାନବନ୍ଦରରେ ସ୍ୱାଗତ କଲେ ମୁଖ୍ୟମନ୍ତ୍ରୀ ଓ ରାଜ୍ୟପାଳ

ଭୁବନେଶ୍ୱର, ୦୯/୦୭: ଭୁବନେଶ୍ବରରେ ପହଞ୍ଚିଲେ ଉପରାଷ୍ଟ୍ରପତି ସି.ପି. ରାଧାକ୍ରିଷ୍ଣନ। ଦିନିକିଆ ଗସ୍ତରେ ଓଡ଼ିଶା ଆସିଛନ୍ତି ଉପରାଷ୍ଟ୍ରପତି। ବାୟୁସେନାର ସ୍ବତନ୍ତ୍ର ବିଭାନ ଯୋଗେ ବିମାନବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ଭବ୍ୟ ସ଼ୱାଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ରାଜ୍ୟପାଳ ହରିବାବୁ କାମ୍ଭମପତି ଓ ପୋଲିସ ଡିଜି ୱାଇ.ବି. ଖୁରାନିଆ। ଉପରାଷ୍ଟ୍ରପତିଙ୍କ ସ୍ବାଗତ ପାଇଁ ବିମାନବନ୍ଦରରେ କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିଲା। ଓୟୁଏଟି ଓ ନାଇଜର୍‌ର ଦୀକ୍ଷାନ୍ତ ସମାରୋହରେ ସାମିଲ ହେବା ପାଇଁ ସେ ଓଡ଼ିଶା ଆସିଛନ୍ତି। ‘ଓଡ଼ିଶା ଗଭୀର ସମୁଦ୍ର ମାଛଧରା ମିଶନ’ର ଶୁଭାରମ୍ଭ କରିବେ।