ପାଠ୍ୟ ପୁସ୍ତକ ତ୍ରୁଟି: କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
ସମଗ୍ର ପ୍ରକ୍ରିୟାର ଅପରାଧିକ ତଦନ୍ତ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
ଭୁବନେଶ୍ୱର, ୧୧/୦୭: ପାଠ୍ୟ ପୁସ୍ତକ ତ୍ରୁଟିକୁ ନେଇ ଅପରାଧିକ ତଦନ୍ତ ପାଇଁ କ୍ରାଇମବ୍ରାଞ୍ଚକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଘଟଣାକୁ ଗମ୍ଭୀରତାର ସହ ନେଇ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି।
ସମଗ୍ର ପ୍ରକ୍ରିୟାର ଅପରାଧିକ ତଦନ୍ତ ପାଇଁ କ୍ରାଇମବ୍ରାଞ୍ଚ ଏସ୍ପିଙ୍କ ନିକଟରେ FIR କରିବାକୁ SCERT ନିର୍ଦ୍ଦେଶକଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ପୂର୍ବରୁ ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଏକ କମିଟି ତଦନ୍ତ କରିଥିଲା। ରିପୋର୍ଟ ଅନୁଯାୟୀ SCERTର ପୂର୍ବତନ ନିର୍ଦ୍ଦେଶକ ସମେତ ୩ ସସ୍ପେଣ୍ଡ୍ ହୋଇଥିଲେ। ୬ ସହକାରୀ ନିର୍ଦ୍ଦେଶକଙ୍କ ଉପରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ ବି ରହିଛି।