ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୯୮ତମ ଶ୍ରାଦ୍ଧବାର୍ଷିକୀ
ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୧୪/୦୭: ଆଜି ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୯୮ତମ ଶ୍ରାଦ୍ଧବାର୍ଷିକୀ। ଏହି ଅବସରରେ ବିଧାନସଭା ପରିସରରେ ଅବସ୍ଥାପିତ ତାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ବରିଷ୍ଠ ନେତୃବୃନ୍ଦ। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଓ କନକ ବର୍ଦ୍ଧନ ସିଂହଦେଓଙ୍କ ସମେତ ବାଚସ୍ପତି ସୁରମା ପାଢ଼ୀ ମଧ୍ୟ ଉପସ୍ଥିତ ଥିଲେ।