ଭୁବନେଶ୍ୱର, ୨୧/୦୭: ବାହୁଡ଼ାରେ ଭିଜିବ ସାରା ଓଡ଼ିଶା। ଆସନ୍ତା ୨୨ ତାରିଖରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ଏହା ପ୍ରଭାବରେ ୨୪ ରେ ସୃଷ୍ଟି ହେବ ଲଘୁଚାପ। ଓଡ଼ିଶା, ପଶ୍ଚିମବଙ୍ଗ ଓ ଝଡ଼ଖଣ୍ଡର ସଂଲଗ୍ନ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଥିବା ସୂଚନା ଦେଲେ ପାଣିପାଗ ବିଶେଷଜ୍ଞ।
ଲଘୁଚାପ ପ୍ରଭାବରେ ଆସନ୍ତା ୨୫ ତାରିଖ ଯାଏଁ ବର୍ଷା ଲାଗି ରହିବ। ଉତ୍ତର, ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ହେବା ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ। ୨୭ ତାରିଖ ବେଳକୁ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ତେବେ ଟ୍ରପ ଲାଇନ ପ୍ରଭାବରେ ଆସନ୍ତା ୨ ଦିନ ଧରି ରାଜ୍ୟରେ ପ୍ରବଳ ବର୍ଷା ହେବ।
ଆଜି ବିଜୁଳି, ଘଡ଼ଘଡ଼ି ବର୍ଷା ନେଇ ୧୧ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି। ଆଗାମୀ ୩ ଘଣ୍ଟା ପାଇଁ ୟେଲୋ ଓ୍ବାର୍ଣ୍ଣିଂ ଜାରି କଲା ପାଣିପାଗ କେନ୍ଦ୍ର। ଅନୁଗୋଳ, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଢେଙ୍କାନାଳ, ସୋନପୁର, ବୌଦ୍ଧ, ଭଦ୍ରକ, ବାଲେଶ୍ବର, କେନ୍ଦ୍ରାପଡ଼ା, ଜଗତସିଂହପୁରରେ ବର୍ଷିବ।