ଭୁବନେଶ୍ୱର, ୨୧/୦୭: ଅଗଷ୍ଟ ୩ରୁ ୫ ପର୍ଯ୍ୟନ୍ତ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଭୁବନେଶ୍ୱର, କଟକ ଓ ବ୍ରହ୍ମପୁରରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ।
ଏ ନେଇ ରାଷ୍ଟ୍ରପତି ଭବନ ପକ୍ଷରୁ ପ୍ରସ୍ତୁତ ଖସଡ଼ା କାର୍ଯ୍ୟସୂଚୀ ରାଜ୍ୟ ସରକାରଙ୍କୁ ପ୍ରଦାନ କରାଯାଇଛି। ଗସ୍ତ ପୂର୍ବରୁ ସମସ୍ତ ପ୍ରସ୍ତୁତି ସମ୍ପୂର୍ଣ୍ଣ କରି ରିପୋର୍ଟ ଦାଖଲ ପାଇଁ ନିର୍ଦ୍ଦେଶ ରହିଛି।