ଭୁବନେଶ୍ୱର, ୨୬/୦୭: ବଙ୍ଗୋପସାଗରରେ ସୃଷ୍ଟି ହେଲା ଅବପାତ। ୧୨ ଘଣ୍ଟା ମଧ୍ୟରେ ଏହା ଗଭୀର ଅବପାତର ରୂପ ନେବା ସମ୍ଭାବନା ରହିଛି। ଆସନ୍ତା କାଲି ଅପରାହ୍ନ ସୁଦ୍ଧା ଉପକୂଳ ଅତିକ୍ରମ କରିବ। ଅଧିକ ଘନୀଭୂତ ହୋଇ ଉତ୍ତର-ପଶ୍ଚିମ ଦିଗକୁ ଗତି କରିବ।
୨୭ ତାରିଖରେ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଅତିକ୍ରମ କରିବ। ୪୮ ଘଣ୍ଟା ଯାଏଁ ଅନେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆଗାମୀ ଦୁଇ ଦିନ ଯାଏଁ ଓଡ଼ିଶାରେ ପ୍ରବଳ ବର୍ଷା ହେବାକୁ ନେଇ ରାଜ୍ଯକୁ ରେଡ୍ ଆଲର୍ଟ ଜାରି କରାଯାଇଛି। କେନ୍ଦୁଝରରେ ଭୀଷଣ ବର୍ଷା ହେବ।
ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ୧୦ଟି ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ସେଗୁଡିକ ହେଲା, କଟକ, ଯାଜପୁର, ଢେଙ୍କାନାଳ, ମୟୂରଭଞ୍ଜ, ଅନୁଗୋଳ, ଦେବଗଡ଼, ସମ୍ବଲପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ବରଗଡ଼ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ପ୍ରବଳ ବର୍ଷା ନେଇ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଉପକୂଳ ସହ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷିବ।