ଆସନ୍ତାକାଲି ସ୍କୁଲ ଛୁଟି

ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନର ନିଷ୍ପତ୍ତି

ଜଗତସିଂହପୁର, ୨୬/୦୭: ଆସନ୍ତାକାଲି ଜଗତସିଂହପୁର ଜିଲ୍ଲାରେ ସମସ୍ତ ସ୍କୁଲ ଛୁଟି ଘୋଷଣା କରାଯାଇଛି। ଜିଲ୍ଲାର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ଛୁଟି ରହିବ। ଓଡ଼ିଶା ଆଦର୍ଶ ବିଦ୍ୟାଳୟ, କେନ୍ଦ୍ରୀୟ ବିଦ୍ୟାଳୟ, ଅଙ୍ଗନବାଡ଼ି କେନ୍ଦ୍ର ଛୁଟି ରହିବ। ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି।