ଭୁବନେଶ୍ୱର, ୨୭/୦୭: ରାଜ୍ୟରେ ଲଘୁଚାପ ପ୍ରଭାବରେ ଲଗାଣ ବର୍ଷା ଜାରି ରହିଥିବା ବେଳେ ସୁରକ୍ଷାକୁ ପ୍ରାଥମିକତା ଦେଇ ଆଜି ପାଇଁ ୪ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା କରାଯାଇଛି। ମୟୂରଭଞ୍ଜ, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ସୁବର୍ଣ୍ଣପୁର ଜିଲ୍ଲାରେ ଆଜି ସମସ୍ତ ସ୍କୁଲ ବନ୍ଦ ରହିବ। ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ସହ ଅଙ୍ଗନବାଡ଼ି କେନ୍ଦ୍ର, ଓଡ଼ିଶା ଆଦର୍ଶ ବିଦ୍ୟାଳୟ ମଧ୍ୟ ବନ୍ଦ ରହିବ। ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ଛାତ୍ରଛାତ୍ରୀମାନଙ୍କ ସୁରକ୍ଷାକୁ ପ୍ରାଥମିକତା ଦେଇ ଏହି ନିଷ୍ପତ୍ତି ନେଇଛି ଜିଲ୍ଲା ପ୍ରଶାସନ।