୩୧ ଯାଏଁ ସବୁ ସ୍କୁଲ ଛୁଟି

ସ୍କୁଲରେ‌ ଉପସ୍ଥିତ ରହିବେ ସବୁ ଶିକ୍ଷକ ଓ କର୍ମଚାରୀ

ଭୁବନେଶ୍ୱର, ୩୦/୦୭: ଖୋର୍ଦ୍ଧା ଜିଲ୍ଲାର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ, ବେସରକାରୀ ବିଦ୍ୟାଳୟ ଆଜି ଓ ଆସନ୍ତାକାଲି (୩୦ ଓ ୩୧ ଜୁଲାଇ ୨୦୨୬) ବନ୍ଦ ରହିବା ନେଇ ଜିଲ୍ଲା ପ୍ରଶାସନ ନିର୍ଦ୍ଦେଶ ଜାରି କରିଛି।

ଜିଲ୍ଲାରେ ସମ୍ଭାବ୍ୟ ବନ୍ୟାକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଗୁଡ଼ିକ ବନ୍ଦ ରହିବା ପାଇଁ ଜିଲ୍ଲାପାଳ ଶ୍ରୀ ଅମ୍ରିତ ଋତୁରାଜ ଏହି ନିର୍ଦ୍ଦେଶ ଦେଇଛନ୍ତି। ମାତ୍ର ବିଦ୍ୟାଳୟର ସମସ୍ତ ଶିକ୍ଷକ ଓ କର୍ମଚାରୀ ବିଦ୍ୟାଳୟରେ ଉପସ୍ଥିତ ରହିବେ। ସମ୍ଭାବ୍ୟ ବନ୍ୟାର ମୁକାବିଲା ପାଇଁ ବିଦ୍ୟାଳୟ କୋଠା ଓ ଆନୁଷଙ୍ଗିକ ବ୍ୟବସ୍ଥା ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି।

ବିଦ୍ୟାଳୟ ଗୁଡ଼ିକ ୨୪ ଘଣ୍ଟା ଖୋଲା ରଖିବା ପାଇଁ ରୋଷ୍ଟର ଡ୍ୟୁଟି ପ୍ରଚଳନ ପାଇଁ ପ୍ରଧାନଶିକ୍ଷକ ଏବଂ ଅଧ୍ୟକ୍ଷମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏହାକୁ ତୁରନ୍ତ କଡ଼ାକଡ଼ି ପାଳନ କରିବାକୁ ନିର୍ଦ୍ଦେଶ ଜାରି ହୋଇଛି। ଏଥି ସହ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ଜିଲ୍ଲାର ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି।