ଆକାଶମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ
ଭଦ୍ରକରେ ବନ୍ୟାଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ
ଭୁବନେଶ୍ୱର, ୦୧/୦୮: ଆକାଶ ମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁରରେ ବନ୍ୟା ସ୍ଥିତି ସମୀକ୍ଷା କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସହ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଓ ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଭାକର ପାଟିଲ ମଧ୍ୟ ଉପସ୍ଥିତ ଥିଲେ।
ଅନ୍ୟପଟେ ଭଦ୍ରକରେ ବନ୍ୟା ସ୍ଥିତି ସମୀକ୍ଷା କରିଛନ୍ତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ। ବନ୍ୟାଞ୍ଚଳ ପରିଦର୍ଶନ କରି ରିଲିଫ୍ ଓ ଉଦ୍ଧାର କାର୍ଯ୍ୟର ସମୀକ୍ଷା କରିଛନ୍ତି ମନ୍ତ୍ରୀ।