ଓଡ଼ିଶାରେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ସ୍ୱାଗତ କଲେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୦୩/୦୮: ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।ବାୟୁସେନାର ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ସେଠାରେ ତାଙ୍କୁ ଭବ୍ୟ ସ୍ବାଗତ କରିଛନ୍ତି ରାଜ୍ୟପାଳ ହରିବାବୁ କମ୍ଭମପାଟି ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହାପରେ ରାଷ୍ଟ୍ରପତି ସେଠାରୁ ସିଧା ଲୋକଭବନରେ ଯାଇ ପହଞ୍ଚିଛନ୍ତି। ସୂଚନାଯୋଗ୍ୟ, ୩ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ମହାମହିମ। ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।