ଭିଜିଲାନ୍ସ ଜାଲରେ ଟ୍ରାଫିକ ଇନ୍ସପେକ୍ଟର

ଲାଞ୍ଚ ଟଙ୍କା ଜବତ, ଅଧିକ ଖୋଳତାଡ ଜାରି

ରାଉରକେଲା, ୦୩/୦୮: ଭିଜିଲାନ୍ସ ଜାଲରେ ସୁନ୍ଦରଗଡ଼ ପରିବହନ ବିଭାଗର ଟ୍ରାଫିକ୍ ଇନ୍ସପେକ୍ଟର ମୁକେଶ ମିଶ୍ର। ଲାଞ୍ଚ ନେଉଥିବା ବେଳେ ରାଉରକେଲା ଭିଜିଲାନ୍ସ ଟିମ୍ ତାଙ୍କୁ ଧରିଥିବା ସୂଚନା ମିଳିଛି। ଗାଡ଼ି ପାସ୍ କରିବା ପାଇଁ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିଲେ।

ବଡ଼ଗାଁ ଥାନା ଗରିଆମାଲ ଛକ ନିକଟରେ ସେ ଲାଞ୍ଚ ନେଉଥିଲେ। ଏହି ସମୟରେ ମାଡ଼ି ବସିଥିଲା ଭିଜିଲାନ୍ସ। ତାଙ୍କ ଠାରୁ ସମ୍ପୂର୍ଣ୍ଣ ଲାଞ୍ଚ ଟଙ୍କା ଜବତ କରାଯାଇଛି। ଏହା ପରେ ପରିବହନ କାର୍ଯ୍ୟାଳୟ ଓ ତାଙ୍କ ବାସଭବନରେ ଚଢ଼ାଉ କରିଛି ଭିଜିଲାନ୍ସ। ଘଟଣାକୁ ନେଇ ଅଧିକ ତଦନ୍ତ ଜାରି ରହିଛି।