ରାଜ୍ୟରେ ୨୪ ଘଣ୍ଟାରେ ବାହାରିଲେ ୧୧୩ କୋଭିଡ୍ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୧୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୭ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୪୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।

ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୫ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୯୪୪୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ କଟକ ଜିଲ୍ଲାରୁ ୨୧ଜଣ, ଯାଜପୁର ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୬୫ଜଣ, ପୁରୀ ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୬ଜଣ, ଷ୍ଟେଟ ପୁଲ୍‌ରୁ ୧୪ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୯୪୪୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୧୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୯୭୪୫ଜଣ ସୁସ୍ଥ ହୋଇଛନ୍ତି ।