ଭୁବନେଶ୍ୱର, ୦୮/୦୮: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର। ଉତ୍ତର ଓଡ଼ିଶା ଓ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି।
ଲଘୁଚାପ ପ୍ରଭାବରେ ଆଗାମୀ ୨୪ ଘଣ୍ଟାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଉତ୍ତର ଏବଂ ପଶ୍ଚିମ ଓଡ଼ିଶାର କିଛି ସ୍ଥାନରେ ଅତି ପ୍ରବଳ ବର୍ଷା ହେବ ବୋଲି ଆକଳନ କରାଯାଇଛି। ଅତ୍ୟନ୍ତ ପ୍ରବଳ ବର୍ଷା ପାଇଁ ମୟୂରଭଞ୍ଜ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି। ୪ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ୧୮ ଜିଲ୍ଲାକୁ ୟେଲୋ ଆଲର୍ଟ କରିଛି ପାଣିପାଗ ବିଭାଗ। ଆସନ୍ତା ୫ ଦିନ ଯାଏଁ ପ୍ରବଳ ବର୍ଷା ଜାରି ରହିବ।