ଭୁବନେଶ୍ୱର, ୧୦/୦୮: ଆସନ୍ତା ୧୩ ବେଳକୁ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଆଖପାଖ ଅଞ୍ଚଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ପ୍ରଭାବରେ ସେହି ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ସମୁଦ୍ର ପତ୍ତନଠାରୁ ୩.୧ କିମି ଉଚ୍ଚତା ପର୍ଯ୍ୟନ୍ତ ବ୍ୟାପିଛି। ଏହା ପ୍ରଭାବରେ ୧୩ ଅଗଷ୍ଟ ବେଳକୁ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି।
ଏହା ପ୍ରଭାବରେ ସାରା ରାଜ୍ୟରେ ଆସନ୍ତା ୬ ଦିନ ଯାଏ ପ୍ରବଳ ବର୍ଷା ହେବାର ଆଶଙ୍କା କରାଯାଉଛି। ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ୨୧ ଜିଲ୍ଲାକୁ ହାଲୁକାରୁ ମଧ୍ୟମ ଧରଣର ବର୍ଷା ନେଇ ଆଲର୍ଟ ଜାରି କରାଯାଇଛି। ଏହା ପରେ ୨୧ ତାରିଖରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ଅନୁମାନ କରିଛି ପାଣିପାଗ ବିଭାଗ।