ସରକାରୀ ଜମିରେ ଗଞ୍ଜେଇ ଚାଷ ମନା
୬ଟି ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି ଲେଖିଲେ ରାଜସ୍ୱ ସଚିବ
ଭୁବନେଶ୍ୱର, ୧୪/୦୮: ସରକାରୀ ଜମିରେ ଅବୈଧ ଗଞ୍ଜେଇ ଚାଷକୁ ସମ୍ପୂର୍ଣ୍ଣ ରୋକିବାକୁ ସରକାରଙ୍କ ବଡ଼ ପଦକ୍ଷେପ। ସରକାରୀ ଜମିରେ ଗଞ୍ଜେଇ ଚାଷ କଲେ ହେବ ଦୃଢ଼ କାର୍ଯ୍ୟାନୁଷ୍ଠାନ। ଏ ନେଇ ୬ଟି ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି ଲେଖିଲେ ଅତିରିକ୍ତ ମୁଖ୍ୟ ଶାସନ ସଚିବ।
ମାଲକାନଗିରି, କୋରାପୁଟ, ରାୟଗଡ଼ା, କନ୍ଧମାଳ, ବୌଦ୍ଧ, ଗଜପତି ଜିଲ୍ଲାପାଳଙ୍କୁ ଚିଠି ଲେଖି ଗଞ୍ଜେଇ ଚାଷ ରୋକିବାକୁ କ୍ଷେତ୍ରସ୍ତରୀୟ ରାଜସ୍ୱ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ତହସିଲଦାର, ଅତିରିକ୍ତ ତହସିଲଦାର, RIଙ୍କୁ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦିଆଯାଇଛି।
ଗଞ୍ଜେଇ ଚାଷ ଚିହ୍ନଟ ହେଲେ ଥାନା, STF କିମ୍ବା ANTFକୁ ସେମାନେ ଜଣାଇବେ। ଗଞ୍ଜେଇ ଚାଷରେ ଲିପ୍ତ ମାଫିଆଙ୍କୁ ସହଯୋଗ କଲେ ଅଧିକାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।