ଭୁବନେଶ୍ୱର, ୧୫/୦୮: ରାଜ୍ୟରେ ବର୍ଷାର ପ୍ରଭାବ ଜାରି ରହିଥିବା ବେଳେ ପୁଣିଥରେ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଏହି ଲଘୁଚାପ ସୃଷ୍ଟି ହୋଇପାରେ। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହା ସୃଷ୍ଟି ହେବାର ସମ୍ଭାବନା ରହିଛି।
ପାଣିପାଗ ବିଭାଗର ଆକଳନ ଅନୁଯାୟୀ, ବଙ୍ଗୋପସାଗର ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହି ଘୂର୍ଣ୍ଣିବଳୟର ପ୍ରଭାବରେ ପରବର୍ତ୍ତୀ ସମୟରେ ଏକ ଲଘୁଚାପ କ୍ଷେତ୍ର ଗଠନ ହୋଇପାରେ।
ପୁଣି ଲଘୁଚାପ ସୃଷ୍ଟି ହେଲେ ଏହାର ପ୍ରଭାବରେ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ବର୍ଷାର ପ୍ରଭାବ ବଢ଼ିପାରେ। ବିଶେଷକରି ଉପକୂଳ ଓ ଉତ୍ତର ଓଡ଼ିଶାରେ ଏହାର ପ୍ରଭାବ ଅଧିକ ରହିବାର ସମ୍ଭାବନା ଅଛି।