ଭଦ୍ରକ, ୧୬/୦୮: ଭଦ୍ରକରେ ଲଗାଣ ବର୍ଷା ଯୋଗୁଁ ସୃଷ୍ଟି ହୋଇଛି ବନ୍ୟା ପରିସ୍ଥିତି। ଏହାକୁ ଦୃଷ୍ଟିରେ ରଖି ମସସ୍ତ ସରକାରୀ ଅଧିକାରୀ ଓ କର୍ମଚାରୀଙ୍କ ଛୁଟି ବାତିଲ୍ କରାଯାଇଛି। ସମସ୍ତ ଅଧିକାରୀ ଓ କର୍ମଚାରୀଙ୍କୁ ମୁଖ୍ୟାଳୟରେ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲାପାଳ। ଛୁଟିରେ ଥିଲେ ତୁରନ୍ତ ଡ୍ୟୁଟିରେ ଯୋଗ ଦେବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି।