ସୃଷ୍ଟି ହେଲା ସ୍ପଷ୍ଟଚିହ୍ନିତ ଲଘୁଚାପ, ୪ ଜିଲ୍ଲାକୁ ରେଡ୍‌ ଆଲର୍ଟ

ପଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳରେ ଲଘୁଚାପ ସକ୍ରିୟ

ଭୁବନେଶ୍ୱର, ୧୬/୦୮: ବଙ୍ଗୋପସାଗରରେ ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଲଘୁଚାପ କ୍ଷେତ୍ର ଆଜି ୨ଟା ୩୦ ସୁଦ୍ଧା ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଆସନ୍ତା ୨୪ ଘଣ୍ଟାରେ ଏହା ଅବପାତର ରୂପ ନେବାର ସମ୍ଭାବନା ରହିଛି। ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଅଞ୍ଚଳ ତଥା ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ଲଘୁଚାପ ସକ୍ରିୟ ରହିଛି।

ଏ ନେଇ ଆଜି ପ୍ରବଳ ବର୍ଷା ନେଇ ୪ ଜିଲ୍ଲାକୁ ରେଡ୍‌ ଆଲର୍ଟ ଜାରି କରାଯାଇଛି। କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକକୁ ରେଡ୍‌ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ସେହିପରି ୧୧ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି।