ଗ୍ରାଉଣ୍ଡ ଜିରୋରେ ମୁଖ୍ୟମନ୍ତ୍ରୀ

ବନ୍ୟା ପରିସ୍ଥିତି ଅନୁଧ୍ୟାନ କଲେ

ଭଦ୍ରକ, ୧୭/୦୮: ରାଜ୍ୟରେ ବିଭିନ୍ନ ଜିଲ୍ଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିବା ବେଳେ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗ୍ରାଉଣ୍ଡ ଜିରୋରେ ସ୍ଥିତି ପରଖିଛନ୍ତି। ଯାଜପୁର ଓ ଭଦ୍ରକ ଜିଲ୍ଲାରେ ମୁଖ୍ୟମନ୍ତ୍ରୀ ନିଜେ ଯାଇ ବନ୍ୟା ପରିସ୍ଥିତି ଅନୁଧ୍ୟାନ କରିଛନ୍ତି।

ଭଦ୍ରକ ଜିଲ୍ଲାର ତିହିଡି ବ୍ଲକ୍ ଅନ୍ତର୍ଗତ ଶ୍ୟାମସୁନ୍ଦରପୁର ପଞ୍ଚାୟତରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ବନ୍ୟା ଅଞ୍ଚଳ ବୁଲି ଦେଖିଛନ୍ତି। ଈଶାନପୁର, ଶ୍ୟାମସୁନ୍ଦରପୁର, ବାଲିଘାଇ, କଣପା ଆଦି ନିକଟସ୍ଥ ଗ୍ରାମର ଲୋକମାନଙ୍କ ସହ ଆଲୋଚନା କରିଛନ୍ତି।

ବନ୍ୟା ପରିସ୍ଥିତି ସମୀକ୍ଷା ବେଳେ ମୁଖ୍ୟମନ୍ତ୍ରୀଙ୍କ ସହିତ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଓ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ପ୍ରମୁଖ ଉପସ୍ଥିତ ଥିଲେ।