ଦେଶରେ ଚିନ୍ତା ବଢ଼ାଇଲାଣି ସଂକ୍ରମଣ, ୨୪ ଘଣ୍ଟାରେ ବାହାରିଲେ ୧୧୭୯୩ କରୋନା ପଜିଟିଭ୍

ନୂଆଦିଲ୍ଲୀ: ଦେଶରେ ଉପର ମୁହାଁ କରୋନା ଗ୍ରାଫ୍। ଦେଶରେ ପୁଣି ବଢିଛି ସଂକ୍ରମଣ। ଏବେ କରୋନା ସଂକ୍ରମଣ ବଢିବା ଆରମ୍ଭ କରିଛି । ମୃତ୍ୟୁସଂଖ୍ୟାରେ ବି ଲାଗୁନି ବ୍ରେକ୍ ।

ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୧୦୦୦ରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୧୧୭୯୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୩୪ ଲକ୍ଷରୁ ଅଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

ସେହିପରି ୯୬୭୦୦ ସକ୍ରିୟ ମାମଲା ରହିଛି ଏବଂ ପ୍ରାୟ ୪ କୋଟି ୨୭ ଲକ୍ଷ ୯୭ ହଜାର ୯୨ ଆକ୍ରାନ୍ତ ସୁସ୍ଥ ହୋଇ ଫେରିଛନ୍ତି । ୫୨୫୦୪୭ଜଣ କରୋନାରେ ପ୍ରାଣ ହରାଇଛନ୍ତି ।