ପଦ୍ମପୁର, ୨୬/୦୮: ପଦ୍ମପୁର ପୂର୍ବତନ ବିଧାୟକ ସତ୍ୟ ଭୂଷଣ ସାହୁଙ୍କ ପରଲୋକ ଘଟିଛି। ଭୁବନେଶ୍ୱର ସ୍ଥିତ ଘରୋଇ ହସ୍ପିଟାଲ୍ରେ ୭୩ ବର୍ଷ ବୟସରେ ପରଲୋକଗତ ହୋଇଛି।
ସେ ୩ ଥର କଂଗ୍ରେସ ଟିକେଟରେ ପଦ୍ମପୁର ନିର୍ବାଚନ ମଣ୍ଡଳୀରୁ ଜିତିଥିଲେ। ବିଧାନସଭାର ମୁଖ୍ୟ ସଚେତକ ଭାବେ ମଧ୍ୟ ଦାୟିତ୍ବ ତୁଲାଇଥିଲେ।
ଶ୍ରୀ ସତ୍ୟ ଭୂଷଣ ସାହୁଙ୍କ ବିୟୋଗରେ ମାନ୍ୟବର ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ ଗଭୀର ଶୋକବ୍ୟକ୍ତ କରିଛନ୍ତି ।
ଏକ ଶୋକ ବାର୍ତ୍ତାରେ ବାଚସ୍ପତି ଜଣାଇଛନ୍ତି ଯେ, ସ୍ବର୍ଗତ ସାହୁ ତିନି ଥର ବିଧାୟକ ଭାବେ ନିର୍ବାଚିତ ହେବା ତାଙ୍କ ଲୋକପ୍ରିୟତାର ପ୍ରମାଣ ଅଟେ । ପଦ୍ମପୁର ଅଂଚଳର ସର୍ବାଙ୍ଗୀନ ଉନ୍ନତି କ୍ଷେତ୍ରରେ ତାଙ୍କ ଅବଦାନ ଅତୁଳନୀୟ । ଏଥି ସହ ବିଧାନସଭାରେ ମୁଖ୍ୟ ସଚେତକ ଭାବେ ସେ ଉଲ୍ଲେଖନୀୟ କାର୍ଯ୍ୟ କରିଯାଇଛନ୍ତି ।
ଏହି ଅବସରରେ ସ୍ବର୍ଗତ ସାହୁଙ୍କ ପରିବାରବର୍ଗଙ୍କୁ ସମବେଦନା ଜଣାଇବା ସହ ଅମର ଆତ୍ମାର ସଦଗତି କାମନା କରିଛନ୍ତି ।