ଭୁବନେଶ୍ୱର, ୨୭/୦୮: ଭୁବନେଶ୍ୱର ଡିସିପି ଜଗମୋହନ ମୀନାଙ୍କ ଇସ୍ତଫା ଗୃହୀତ। ଜୁଲାଇ ମାସରେ ବ୍ୟକ୍ତିଗତ କାରଣ ଦର୍ଶାଇ ଶ୍ରୀ ମୀନା ନିଜ ପଦରୁ ଇସ୍ତଫା ଦେଇଥିଲେ। ତାଙ୍କ ଇସ୍ତଫା ପତ୍ର ରାଜ୍ୟ ସରକାରଙ୍କ ପକ୍ଷରୁ ଗ୍ରହଣ କରାଯାଇଥିବା ନେଇ ସୂଚନା ମିଳିଛି। ଏନଓସି ସହ ଇସ୍ତଫା ପତ୍ର କେନ୍ଦ୍ର ଗୃହ ମନ୍ତ୍ରଣାଳୟକୁ ପଠାଇଛନ୍ତି ରାଜ୍ୟ ସରକାର।
୨୦୧୩ ବ୍ୟାଚ୍ର ଓଡ଼ିଶା କ୍ୟାଡର ଆଇପିଏସ୍ ଅଧିକାରୀ ଜଗମୋହନ ମୀନା ଭୁବନେଶ୍ୱର ଡିସିପି ଭାବେ ଦାୟିତ୍ୱ ତୁଲାଉଛନ୍ତି। ଚଳିତ ବର୍ଷ ଜୁଲାଇରେ ସେ ଇସ୍ତଫା ଦେଇଥିଲେ। ତାଙ୍କ ଇସ୍ତଫା ପଛରେ ବ୍ୟକ୍ତିଗତ କାରଣ ଥିବା ନେଇ କହିଥିଲେ। କୌଣସି ଚାପ ଯୋଗୁଁ ସେ ଇସ୍ତଫା ଦେଇନଥିବା ମଧ୍ୟ ସେ କହିଥିଲେ।