ଚାଷୀଙ୍କ ଆକାଉଣ୍ଟକୁ ଆସିଲା ସିଏମ-କିଷାନ ଟଙ୍କା

ଉପକୃତ ହେଲେ ୪୧ ଲକ୍ଷରୁ ଊର୍ଦ୍ଧ୍ୱ କୃଷକ ପରିବାର

ଭୁବନେଶ୍ୱର, ୦୪/୦୯: ଚାଷୀଙ୍କ ଆକାଉଣ୍ଟକୁ ଆସିଲା ସିଏମ୍-କିଷାନ ସହାୟତା। DBT ମାଧ୍ୟମରେ ହିତାଧିକାରୀଙ୍କ ଆକାଉଣ୍ଟକୁ ୨ ହଜାର ଟଙ୍କାର ସହାୟତା ରାଶି ପ୍ରଦାନ କରାଯାଇଛି। ଉପକୃତ ହୋଇଛନ୍ତି ରାଜ୍ୟର ୪୧ ଲକ୍ଷରୁ ଊର୍ଦ୍ଧ୍ୱ କୃଷକ ପରିବାର। ୮୩୩ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ସହାୟତା ରାଶି ପ୍ରଦାନ କରାଯାଇଛି।

ଭୁବନେଶ୍ୱରରେ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ସହାୟତା ରାଶି ବଣ୍ଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ଓ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ପ୍ରମୁଖ ଉପସ୍ଥିତ ଅଛନ୍ତି।