ଭୁବନେଶ୍ୱର, ୦୯/୦୯: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟିର ସମ୍ଭାବନା ଦେଖାଦେଇଛି। ଉତ୍ତର ଆଣ୍ଡାମାନ ସାଗର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ। ଏହି ଘୂର୍ଣ୍ଣିବଳୟର ପ୍ରଭାବରେ ସେପ୍ଟେମ୍ବର ୧୧ ତାରିଖରେ ପଶ୍ଚିମ-ମଧ୍ୟ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳ ନିକଟରେ ଏକ ଲଘୁଚାପ କ୍ଷେତ୍ର ଗଠନ ହୋଇପାରେ।
ଲଘୁଚାପ ପ୍ରଭାବରେ ସେପ୍ଟେମ୍ବର ୧୦ରେ ଓଡ଼ିଶାରେ ଅତି ପ୍ରବଳ ବର୍ଷା, ୧୧ ଓ ୧୨ ତାରିଖରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷକରି ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ବର୍ଷାର ପ୍ରକୋପ ଅଧିକ ରହିପାରେ।