୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୪ ଜିଲ୍ଲାରେ କାଳବୈଶାଖୀ ସହ ବଜ୍ରପାତ ସମ୍ଭାବନା

ଭୁବନେଶ୍ୱର: ଆଗାମୀ ୨୪ଘଣ୍ଟା ମଧ୍ୟରେ ରାଜ୍ୟର ପ୍ରାୟ ୧୪ଟି ଜିଲ୍ଲାରେ କାଳବୈଶାଖୀ ଓ ବର୍ଷାର ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।

ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅର୍ଥାତ ୨୯ ତାରିଖ, ବୁଧବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ଗଜପତି, ଗଂଜାମ, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଂଜ, ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ସହ ପ୍ରବଳ ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

ତେବେ ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ୧୪ଟି ଜିଲ୍ଲାଗୁଡ଼ିକ ପାଇଁ ୟେଲୋଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏହି ସମୟ ମଧ୍ୟରେ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶା, ଗଜପତି, ଗଂଜାମ ଏବଂ ଓଡିଶାର ବାକି ଜିଲ୍ଲାଗୁଡ଼ିକର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନାରେ କୁହାଯାଇଛି।