ବାଚସ୍ପତି ସୁରମା ପାଢ଼ୀ ଅସୁସ୍ଥ ହୋଇ ଏମ୍ସରେ ଭର୍ତ୍ତି

ହସ୍ପିଟାଲରେ ଭେଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୪/୦୯: ବାଚସ୍ପତି ସୁରମା ପାଢ଼ୀ ଅସୁସ୍ଥ। ଭୁବନେଶ୍ୱର ଏମ୍ସରେ ଚିକିତ୍ସିତ ହେଉଥିବା ବେଳେ ବାଚସ୍ପତି ସୁରମା ପାଢ଼ୀଙ୍କୁ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ବୁଧବାର ମୁଖ୍ୟମନ୍ତ୍ରୀ ଏମ୍ସରେ ପହଞ୍ଚି ବାଚସ୍ପତିଙ୍କ ସ୍ୱାସ୍ଥ୍ୟାବସ୍ଥା ସମ୍ପର୍କରେ ପଚାରି ବୁଝିଥିଲେ।

ସାକ୍ଷାତ୍ ସମୟରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ବାଚସ୍ପତିଙ୍କ ସହ ଆଲୋଚନା କରିବା ସହ ତାଙ୍କର ଚିକିତ୍ସା ସମ୍ପର୍କରେ ଡାକ୍ତରମାନଙ୍କଠାରୁ ମଧ୍ୟ ସୂଚନା ନେଇଥିଲେ। ତାଙ୍କର ସ୍ୱାସ୍ଥ୍ୟାବସ୍ଥା ଓ ଚିକିତ୍ସାର ଅଗ୍ରଗତି ନେଇ ମୁଖ୍ୟମନ୍ତ୍ରୀ ଅବଗତ ହୋଇଥିଲେ।