ଭୁବନେଶ୍ୱର, ୨୭/୦୯: ବନ୍ୟାଞ୍ଚଳ ପରିଦର୍ଶନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଆକାଶ ମାର୍ଗରୁ ତିନି ଜିଲ୍ଲା ଗଞ୍ଜାମ, କୋରାପୁଟ ଓ ନବରଙ୍ଗପୁରରେ ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ। ଗଞ୍ଜାମ-କନ୍ଧମାଳକୁ ସଂଯୋଗ କରୁଥିବା କଳିଙ୍ଗା ଘାଟି ଗସ୍ତ କରିଛନ୍ତି। ହେଲିକପ୍ଟର ଯୋଗେ ଏରିଅଲ ସର୍ଭେ କରି ବନ୍ୟା ପରବର୍ତ୍ତୀ ପରିସ୍ଥିତିର ସମୀକ୍ଷା କଲେ। ମୁଖ୍ୟମନ୍ତ୍ରୀଙ୍କ ସହ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ, ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ନବରଙ୍ଗପୁର ସାଂସଦ ଉପସ୍ଥିତଥିଲେ। ବୋଟ୍ରେ ଯାଇ ଲୋକଙ୍କ ଦୁଃଖ ଦୁର୍ଦ୍ଦଶା ବୁଲି ଦେଖିଥିଲେ ମୁଖ୍ୟମନ୍ତ୍ରୀ।
ପ୍ରଭାବିତ ଅଞ୍ଚଳର ସ୍ଥିତି ଅନୁଧ୍ୟାନ କରିବା ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ନିର୍ଦ୍ଦେଶକ୍ରମେ ପ୍ରଭାବିତ ଅଞ୍ଚଳରେ ଚାଲିଛି ରିଲିଫ ବଣ୍ଟନ। ଉଦ୍ଧାର କାର୍ଯ୍ୟ ଓ ସ୍ୱାସ୍ଥ୍ୟ ସେବା ପ୍ରଦାନ କାର୍ଯ୍ୟ ଯୁଦ୍ଧକାଳୀନ ଭିତ୍ତିରେ ଜାରି ରହିଛି। ପ୍ରଭାବିତଙ୍କ ନିକଟରେ ତୁରନ୍ତ ଆବଶ୍ୟକୀୟ ସହାୟତା ପହଞ୍ଚାଇବାକୁ ଜିଲ୍ଲା ପ୍ରଶାସନ ଓ ସମ୍ପୃକ୍ତ ବିଭାଗଗୁଡ଼ିକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ।