ଫ୍ୟାକ୍ଟ୍ରିଜ୍ ଆଣ୍ଡ ବଏଲର୍ସ ସହକାରୀ ନିର୍ଦ୍ଦେଶକଙ୍କ ଘରେ ରେଡ୍
ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ୭ଟି ସ୍ଥାନରେ ଭିଜିଲାନ୍ସ ରେଡ୍
ଭୁବନେଶ୍ୱର, ୨୯/୦୯: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗରେ ସମ୍ବଲପୁର ଫ୍ୟାକ୍ଟ୍ରିଜ୍ ଆଣ୍ଡ ବଏଲର୍ସ ସହକାରୀ ନିର୍ଦ୍ଦେଶକ ଉମାକାନ୍ତ ସାମନ୍ତରାୟଙ୍କ ସହ ଜଡ଼ିତ ବିଭିନ୍ନ ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ମିଳିଥିବା ସୂଚନା ଅନୁସାରେ, ସମ୍ବଲପୁର, ଭୁବନେଶ୍ୱର, ପୁରୀ ଓ ଖୋର୍ଦ୍ଧା ଜିଲ୍ଲାର ମୋଟ ୭ଟି ସ୍ଥାନରେ ଏହି ଚଢ଼ାଉ ଚାଲିଛି।
ସମ୍ବଲପୁରରେ ଥିବା ୩ ବିଏଚକେ ଫ୍ଲାଟ୍ ଓ ଅଫିସ୍ ଚାମ୍ବରରେ ରେଡ୍ ଚାଲିଛି। ସେହିପରି ଭୁବନେଶ୍ବରର ନନ୍ଦନ ବିହାର ଓ ଜଟଣୀ ବାରକୁଦାରେ ଥିବା ଘରେ ରେଡ୍ ଚାଲିଛି। ପୁରୀରେ ଏକ ୩ ମହଲା କୋଠା ଓ ପୈତୃକ ଗାଁରେ ବି ଏକକାଳୀନ ଚଢ଼ାଉ କରିଛି ଭିଜିଲାନ୍ସ। ଏହି ଚଢ଼ାଉରେ ୮ ଜଣ ଡିଏସପି, ୧୧ ଜଣ ଇନ୍ସପେକ୍ଟର ଓ ୧୧ ଜଣ ଏଏସଆଇ ସାମିଲ ଅଛନ୍ତି।