ପୁରୀ, ୩୦/୦୯: ଆଜି ଶ୍ରୀମନ୍ଦିରରେ ଚାରି ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ। ମହାପ୍ରଭୁଙ୍କ ବନକଲାଗି ନୀତି ପାଇଁ ବନ୍ଦ ରହିବ ଦର୍ଶନ। ଆଶ୍ୱିନ କୃଷ୍ଣ ଚତୁର୍ଥୀ ତିଥିରେ ଅନୁଷ୍ଠିତ ହୋଇଥାଏ ଏହି ଗୁପ୍ତ ନୀତି। ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ପରେ ଅନୁଷ୍ଠିତ ହେବ ନୀତି। ତେଣୁ ସନ୍ଧ୍ୟା ୬ ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ। ଏ ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି।