ବଢିଲା ଡର, ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୬୧ ଜଣ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୬୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୫ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୬୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।

ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୨୪ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୯୬୦୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ବାଲେଶ୍ବର ଜିଲ୍ଲାରୁ ୮ଜଣ, ଭଦ୍ରକ ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ୩୨ଜଣ, ଜଗତସିଂହପୁର ଜିଲ୍ଲାରୁ ୩ଜଣ, ଯାଜପୁର ଜିଲ୍ଲାରୁ ୨ଜଣ, ଝାରସୁଗୁଡାରୁ ୩ଜଣ, କେନ୍ଦୁଝର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୬୦ଜଣ, ମୟୁରଭଞ୍ଜ ଜିଲ୍ଲାରୁ ଜଣେ, ନୂଆପଡାରୁ ଜଣେ, ପୁରୀ ଜିଲ୍ଲାରୁ ୫ଜଣ, ରାୟଗଡା ଜିଲ୍ଲାରୁ ୫ଜଣ, ସମ୍ବଲପୁର ଜିଲ୍ଲାରୁ ଜଣେ, ସୋନପୁର ଜିଲ୍ଲାରୁ ୮ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୩ଜଣ, ଷ୍ଟେଟ ପୁଲ୍‌ରୁ ୧୫ଜଣ ରହିଛନ୍ତି ।