୩୭ ତମ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର-୨୦୨୫ ପାଇଁ ଦରଖାସ୍ତ ଆହ୍ଵାନ

୩୧ ଅକ୍ଟୋବର ସୁଦ୍ଧା ଫର୍ମ ଦାଖଲ ପାଇଁ‌ ସୂଚନା

ଭୁବନେଶ୍ୱର, ୦୧/୧୦: ୩୭ ତମ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର-୨୦୨୫ ନିମନ୍ତେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଦରଖାସ୍ତ ଆହ୍ୱାନ କରାଯାଇଛି। ଆଗ୍ରହୀ ପ୍ରଯୋଜକମାନେ ଆସନ୍ତା ୩୧ ଅକ୍ଟୋବର, ୨୦୨୬ (୩୧.୧୦.୨୦୨୬) ରିଖ ସୁଦ୍ଧା ଏଣ୍ଟ୍ରି ଫର୍ମ ସହ ଆବଶ୍ୟକ କାଗଜପତ୍ର ଓ ଚଳଚ୍ଚିତ୍ରର ସଫ୍ଟ୍ କପି (ପେନ୍‌ ଡ୍ରାଇଭ)କୁ ରେଜିଷ୍ଟର୍ଡ଼ ପୋଷ୍ଟ/ ସ୍ପିଡ଼ ପୋଷ୍ଟ / ପାର୍ସଲ ମାଧ୍ୟମରେ ବିଭାଗ ନିକଟରେ ଦାଖଲ କରିପାରିବେ।

ଓଡ଼ିଆ ଚଳଚ୍ଚିତ୍ର ଉପରେ ଲିଖିତ ଶ୍ରେଷ୍ଠ ଲେଖା (Book/Monograph) ପାଇଁ ପୁରସ୍କାର ନିମନ୍ତେ ଆଗ୍ରହୀ ଲେଖକମାନେ ନିର୍ଦ୍ଧାରିତ ଆବେଦନ ଫର୍ମରେ ଆବେଦନ କରିବା ସହିତ ଉକ୍ତ Book/Monograph ର ଦଶ ଖଣ୍ଡ ନକଲ ତା ୩୧.୧୦.୨୦୨୬ ରିଖ ସୁଦ୍ଧା ରେଜିଷ୍ଟ୍ରର୍ଡ଼ ପୋଷ୍ଟ/ ସ୍ପିଡ଼ ପୋଷ୍ଟ / ପାର୍ସଲ ମାଧ୍ୟମରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ନିକଟରେ ଦାଖଲ କରିପାରିବେ ବୋଲି ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।