ଭିଜିଲାନ୍ସ ଜାଲରେ ସହକାରୀ ନିର୍ବାହୀ ଯନ୍ତ୍ରୀ

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରେଡ୍

ବାରିପଦା, ୦୫/୧୦: ଭିଜିଲାନ୍ସ ପଞ୍ଝାରେ ମୟୁରଭଞ୍ଜ ପୂର୍ତ୍ତ ବିଭାଗ ସହକାରୀ ନିର୍ବାହୀ ଯନ୍ତ୍ରୀ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଯନ୍ତ୍ରୀଙ୍କ ସମ୍ପତ୍ତି ଉପରେ ଚଢ଼ାଉ କରିଛି ଭିଜିଲାନ୍ସ। ବେତନଟୀ ସବଡିଭିଜନ ସହକାରୀ ନିର୍ବାହୀ ଯନ୍ତ୍ରୀ ଅରବିନ୍ଦ ମହାନ୍ତିଙ୍କ ଘରେ ଓ ଅଫିସରେ ଚଢାଉ କରାଯାଇଛି।

ଖୋର୍ଦ୍ଧା, ମୟୁରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାର ୧୦ଟି ସ୍ଥାନରେ ଏକାସାଙ୍ଗେ ଚଢ଼ାଉ କରିଛି। ଏହି ଚଢ଼ାଉରେ ଜଣେ ଏଏସପି, ପାଞ୍ଚ ଜଣ ଡିଏସପି, ଆଠ ଜଣ ଇନ୍ସପେକ୍ଟର ସହିତ ଅନ୍ୟାନ୍ୟ କର୍ମଚାରୀ ସାମିଲ ରହିଛନ୍ତି। ବାଲେଶ୍ବର ଅଙ୍ଗାରଗଡିଆ ସ୍ଥିତ ବାସଭବନରେ ମଧ୍ୟ ଭିଜିଲାନ୍ସର ରେଡ୍ ଜାରି ରହିଛି।