ଓଡ଼ିଶା ଗସ୍ତରେ ଆସିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ
ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି, ପୋଲିସର ବ୍ୟାପକ ପ୍ରସ୍ତୁତି
ଭୁବନେଶ୍ୱର, ୦୫/୧୦: ଓଡ଼ିଶା ଗସ୍ତରେ ଆସିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ। ସୁନାବେଡା ସ୍ଥିତ ହିନ୍ଦୁସ୍ତାନ ଏରୋନଟିକ୍ସ ଲିମିଟେଡ(HAL) ପରିଦର୍ଶନ କରିବେ। ମଙ୍ଗଳବାର ଓଡ଼ିଶା ଗସ୍ତରେ ଆସି HAL ପରିଦର୍ଶନ ସହ ବିଭିନ୍ନ କାର୍ଯ୍ୟର ସମୀକ୍ଷା କରିବେ। ଏହି କାର୍ଯ୍ୟକ୍ରମରେ ରାଜନାଥ ସିଂଙ୍କ ସହ ଉପସ୍ଥିତ ରହିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଏ ନେଇ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି ସହ କୋରାପୁଟ ପୋଲିସର ବ୍ୟାପକ ପ୍ରସ୍ତୁତି କରାଯାଇଛି।