ଛାତ୍ର ସଂସଦ ନିର୍ବାଚନ ତାରିଖ ଘୋଷଣା କଲେ ଉଚ୍ଚଶିକ୍ଷା ମନ୍ତ୍ରୀ

ମୁଖ୍ୟମନ୍ତ୍ରୀଙ୍କ ସହ ବୈଠକ ପରେ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ବଡ଼ ଘୋଷଣା

ଭୁବନେଶ୍ୱର, ୦୫/୧୦: ଛାତ୍ର ସଂସଦ ନିର୍ବାଚନ ନେଇ ବାଜିଲା ବିଗୁଲ। ବଡ଼ ଘୋଷଣା କଲେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ। ୧୫ ତାରିଖରେ ହେବ ଛାତ୍ର ସଂସଦ ନିର୍ବାଚନ। ମୁଖ୍ୟମନ୍ତ୍ରୀଙ୍କ ସହ ବୈଠକ ପରେ ଏ ନେଇ ସୂଚନା ଦେଇଛନ୍ତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ।

ମନ୍ତ୍ରୀଙ୍କ ସୂଚନା ଅନୁସାରେ, କଲେଜ ପକ୍ଷରୁ ୭ ତାରିଖରେ ବିଜ୍ଞପ୍ତି ପ୍ରକାଶ ପାଇବ। ୯ ତାରିଖରେ ନାମାଙ୍କନ ଦାଖଲ ହେବ। ୧୫ ତାରିଖରେ ନିର୍ବାଚନ ଅନୁଷ୍ଠିତ ହେବ। ୧୬ ତାରିଖରେ ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହେବ।

ସୂଚନାଯୋଗ୍ୟ, ଦୀର୍ଘ ୮ ବର୍ଷ ପରେ ଅନୁଷ୍ଠିତ ହେବ ଛାତ୍ର ସଂସଦ ନିର୍ବାଚନ। ୨୦୧୭ରେ ଶେଷ ଥର ପାଇଁ ଛାତ୍ର ସଂସଦ ନିର୍ବାଚନ ହୋଇଥିଲା। ଦୀର୍ଘ ଦିନ ହେବ କ୍ୟାମ୍ପସରେ ବନ୍ଦ ଥିଲା ନିର୍ବାଚନ।