ଭୁବନେଶ୍ୱର, ୦୯/୧୦: ରାଜ୍ୟପାଳ ହରିବାବୁ କମ୍ଭମପାଟିଙ୍କୁ ସୌଜନ୍ୟମୂଳକ ସାକ୍ଷାତ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଛାତ୍ର ସଂସଦ ନିର୍ବାଚନ ବେଳେ ରାଜ୍ୟପାଳଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ। ପ୍ରାୟ ଅଧଘଣ୍ଟାରୁ ଅଧିକ ସମୟ ଧରି ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଥିଲା।
ନିକଟରେ ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଓ ଗୃହମନ୍ତ୍ରୀଙ୍କ ଭେଟିଥିଲେ ରାଜ୍ୟପାଳ। ଦିଲ୍ଲୀରୁ ଫେରିବା ପରେ ଆଜି ମୁଖ୍ୟମନ୍ତ୍ରୀ ରାଜ୍ୟପାଳଙ୍କୁ ଭେଟିଥିଲେ। କିଛି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା ହୋଇଥିବା ନେଇ ସୂଚନା ମିଳିଛି।